ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକ

ETVBHARAT 2025-01-16

Views 2

Intro:ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକBody:ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଛି ପୁଷ୍ୟାଭିଷେକ। ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ। ଏଥିପାଇଁ ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି ମହାରାଜାଙ୍କୁ ଅଭିମନ୍ତ୍ରୀତ କରାଯିବା ସହ ରାଜ୍ୟର ମଙ୍ଗଳ କାମନା କରାଯାଇଥିଲା।‌ ଷୋଳ ଶାସନର ବ୍ରାହ୍ମଣ ପୁରୋହିତ ମାନେ ଏକତ୍ରୀତ ହୋଇ ଗଜପତିଙ୍କୁ ଆର୍ଶୀବାଦ ପ୍ରଦାନ କରିଥିଲେ। ଗତ ସୋମବାର ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ର ଦେବାଭିଷେକ ନୀତି ସମ୍ପର୍ଣ୍ଣ ହେବା ପରେ ପରଂପରା ଅନୁଯାୟୀ ଶ୍ରୀନଅରରେ ମଧ୍ୟ ଗଜପତିଙ୍କର ରାଜାଭିଷେକ ଅନୁଷ୍ଠିତ ହୋଇଛି। ପୌଷପୁର୍ଣିମା ପୁଷ୍ୟା ନକ୍ଷତ୍ରରେ ଶ୍ରୀନହରରେ ଗଜପତିଙ୍କର ପରଂପରା ଏବେ ବି ଚାଲୁ ରହିଛି। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅଭିଷେକ ନୀତିକୁ ଆଧାର କରି ଗଜପତି ମହାରାଜାଙ୍କ ରାଜାଭିଷେକ ଉତ୍ସବ ପାଳନ କରାଯାଇଥାଏ। ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନଅରରେ ପାରଂପରିକ ଗଜପତି ପୋଷାକରେ ସିଂହାସନରେ ବସିବା ପରେ ମନ୍ତ୍ର ସ୍ନାନ, ଅଭିଷିକ୍ତ ଜଳ ସିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ କରାଯାଇଥିଲା। ଅଭିଷେକ ମହୋତ୍ସବ ପରେ ଶୋଳ ଶାସନରୁ ଆସିଥିବା ବ୍ରାହ୍ମଣମାନେ ଗଜପତିଙ୍କୁ ପଇତା ଦାନ କରି ଆର୍ଶୀବାଦ ପ୍ରଦାନ କରିଥିଲେ। ରାଜ ପୁରୋହିତଙ୍କ ସହ ଅନ୍ୟ ବ୍ରାହ୍ମଣ ମାନେ ମଧ୍ୟ ମନ୍ତ୍ର ଉଚ୍ଚାରଣ କରି ଏହି ଉତ୍ସବରେ ଗଜପତି ମହାରାଜାଙ୍କ ଉଜ୍ଜଳ ଭବିଷ୍ୟତ ଏବଂ ମଙ୍ଗଳ କାମନା କରିଥିଲେ। ପରେ ପରମ୍ପରା ଅନୁଯାଇ ଗଜପତିଙ୍କୁ ବ୍ରାହ୍ମଣ ମାନେ ବସ୍ତ୍ର, ଫଳ ଆଦି ପ୍ରଦାନ କରିଥିଲେ।

ବାଇଟ୧- ଦେବୀପ୍ରସାଦ ରାଜଗୁରୁ, ରାଜଗୁରୁ

 

Share This Video


Download

  
Report form
RELATED VIDEOS